
ସେହିପରି ଭୁବନେଶ୍ୱର ରାତିର ସର୍ବନିମ୍ନ ତାପମାତ୍ରା ୧୬.୨ ଓ କଟକରେ ୧୫ ଡିଗ୍ରୀ ରହିଛି । ସେହିପରି କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୮.୩ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୮. ୫ ଡିଗ୍ରୀ, ଫୁଲବାଣୀରେ ୧୦ ଡିଗ୍ରୀ, ସେମିଳିଗୁଡ଼ାରେ ୯.୯ ଡିଗ୍ରୀ ରେକର୍ଡ କରାଯାଇଛି ।
ତେବେ ଆସନ୍ତା ଦୁଇ ଦିନ ଧରି ରାଜ୍ୟରେ ଶୀତ ଲହରୀ ସହ ୧୬ ଟି ସ୍ଥାନରେ ଘନ କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ କନ୍ଧମାଳ, କଳାହାଣ୍ଡି, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, ସୁନ୍ଦରଗଡ଼, ଝାରସୁଗୁଡ଼ା, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ନୟାଗଡ଼, ରାୟଗଡ଼ା ଓ କୋରାପୁଟରେ କୁହୁଡ଼ି ଦୃଶ୍ୟମାନ ହେବ ।