
ପଞ୍ଚାୟତିରାଜ ବିଭାଗର ଅତିରିକ୍ତ ନିର୍ଦ୍ଦେଶକ ଛୋଟେଲାଲ ଶର୍ମାଙ୍କ ଘରୁ ଲୁଟ୍ ହୋଇଛି । ଘରେ ଶୋଇଥିବା ବେଳେ ଭୋର ୫ଟା ସମୟରେ କଳାକନା ବୁଲାଇଛନ୍ତି ଦୁବୃର୍ତ୍ତ । ଘରୁ ପ୍ରାୟ ନଗଦ ଦେଢ ଲକ୍ଷ ଟଙ୍କା ସହ ୮ଲକ୍ଷ ଟଙ୍କାର ସୁନା ଗହଣା ଲୁଟ୍ ହୋଇଛି । ଏନେଇ ଖଣ୍ଡଗିରି ଥାନାରେ ଅଭିଯୋଗ ପରେ ପୋଲିସ ଘଟଣାର ତଦନ୍ତ କରୁଛି । ଆଖପାଖରେ ଲାଗିଥିବା ସିସିଟିଭି ଫୁଟେଜକୁ ତନ୍ନ ତନ୍ନ କରି ଯାଞ୍ଚ କରାଯାଉଛି ।