
ତାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ଫେବ୍ରୁଆରୀ ୧ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିଛି । ଉଭୟ ପକ୍ଷଙ୍କ ସହମତିରେ ହାଇକୋର୍ଟ ଶୁଣାଣି ଘୁଞ୍ଚାଇଛନ୍ତି । ତେବେ ଫେବ୍ରୁଆରୀ ୧ରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ । ଜଷ୍ଟିସ ବି.ପି ରାଉତରାୟଙ୍କୁ ନେଇ ଗଠିତ ଖଣ୍ତପୀଠ ପ୍ରତାପ ଜେନାଙ୍କ ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଜାରି କରିଛନ୍ତି ।
ସୂଚନା ମୁତାବକ, ୨୦୨୧ ଜାନୁଆରୀ ୨ ତାରିଖ ରାତିରେ ମାହାଙ୍ଗା ଡବଲ ମର୍ଡର ହୋଇଥିଲା । ଏହି ଘଟଣାରେ ବିଜେପି ନେତା କୁଳମଣି ଓ ତାଙ୍କ ସଂପର୍କୀୟ ଦିବ୍ୟସିଂହ ବରାଳଙ୍କ ମୃତ୍ୟୁ ହୋଇଥିଲା । ଅଭିଯୋଗକାରୀ ରମାକାନ୍ତ ବରାଳ ୧୩ ଜଣଙ୍କ ନାମରେ ଅଭିଯୋଗ ଆଣିଥିଲେ । ଏଥିରୁ ୯ ଜଣ ଗିରଫ ହୋଇ ସାରିଛନ୍ତି । ଏତଲା ଅନୁଯାୟୀ ୧୩ ନଂ ଅଭିଯୁକ୍ତ ଥିଲେ ପ୍ରତାପ ଜେନା ।