
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରୀ କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତାକାଲି ଅର୍ଥାତ ୧୯ ତାରିଖ ସକାଳେ କୋରାପୁଟ, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଅନୁଗୋଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା କେତେକ ସ୍ଥାନରେ ପ୍ରବଳ ଘନକୁହୁଡ଼ି ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ଦୃଶ୍ୟମାନ ୫୦ ମିଟରରୁ ଅଧିକ ଓ ୨୦୦ ମିଟରରୁ କମ୍ ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୦ ତାରିଖ ସାକାଳେ ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ୍ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ କୁହୁଡ଼ି ବହାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ଦୃଶ୍ୟମାନ ୫୦ ମିଟରରୁ ଅଧିକ ଓ ୨୦୦ ମିଟରରୁ କମ୍ ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
୨୧ ତାରିଖରେ କୋରାପୁଟ, ନବରଗଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ କୁହୁଡ଼ି ବହାର ସମ୍ଭାବନା ରହିଛି। ଏହି ଜିଲ୍ଲାରେ ଦୃଶ୍ୟମାନ ୫୦ ମିଟରରୁ ଅଧିକ ଓ ୨୦୦ ମିଟରରୁ କମ୍ ରହିବ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।