Spread the love

 

Ram-Temple-1

ଭୁବନେଶ୍ୱର,୧୮।୧: ରାମ ମନ୍ଦିରର ଉଦ୍‌ଘାଟନ ଦିନ କେନ୍ଦ୍ର ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ଘୋଷଣା ପରେ ଓଡ଼ିଶା ସରକାର ମଧ୍ୟ ସମାନ ନିଷ୍ପତ୍ତି ନେଇଛନ୍ତି। ଜାନୁଆରୀ ୨୨ ରେ ରାଜ୍ୟ ସରକାରୀ କାର୍ଯ୍ୟାଳୟ ଅଧା ଦିନ ବନ୍ଦ ରହିବ।
ଅଯୋଧ୍ୟାରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବକୁ ଦୃଷ୍ଟିରେ ରଖି ଜାନୁଆରୀ ୨୨ ରେ ରାଜ୍ୟ ସରକାରଙ୍କ କାର୍ଯ୍ୟାଳୟ ତଥା ରାଜସ୍ୱ ଏବଂ ମାଜିଷ୍ଟେରିଆଲ କୋର୍ଟ (କାର୍ଯ୍ୟନିର୍ବାହୀ) ଅଧା ଦିନ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ଘୋଷଣା କରାଯାଇଛି।
ପୂର୍ବରୁ କେନ୍ଦ୍ରରେ ମୋଦି ସରକାର ମଧ୍ୟ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଦିନ ଜାନୁଆରୀ ୨୨ ରେ ସରକାରୀ କାର୍ଯ୍ୟାଳୟ ଅଧା ଦିନ ଛୁଟି ଘୋଷଣା କରିଥିଲେ।
କେନ୍ଦ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ କହିଛନ୍ତି , କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ଅଧା ଦିନ ବିରତି ଦିଆଯିବ। ଜନସାଧାରଣଙ୍କ ଭାବନାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି ବୋଲି ସେ କହିଛନ୍ତି।

 

Leave a Reply

Your email address will not be published. Required fields are marked *