
ସୂଚନା ଅନୁସାରେ, ବାଲେଶ୍ଵର ଆଡ଼ୁ ଆସୁଥିବା ଏକ ଟ୍ରକ୍ ୩ ଜଣ ବାଇକ ଆରୋହୀଙ୍କୁ ପଛପଟୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଘଟଣା ସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମେଡିକାଲରେ ଆଉ ଜଣକର ମୃତ୍ୟୁ ହୋଇଛି । ତେବେ ଟ୍ରକଟି ବାଇକକୁ ଧକ୍କା ଦେବା ପରେ ଘଟଣା ସ୍ଥଳରୁ ଟ୍ରକ୍ ସହ ଡ୍ରାଇଭର ଫେରାର ହୋଇଯାଇଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଚାପା ଉତ୍ତେଜନା ଦେଖା ଯାଇଛି । ମୃତକଙ୍କ ପରିଚୟ ମିଳିନଥିବା ବେଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।