
ସୂଚନାଯୋଗ୍ୟ, ପ୍ରଭାରୀ ଦାୟିତ୍ବ ନେବା ପରେ ଦ୍ବିତୀୟ ଥର ଲାଗି ଓଡ଼ିଶାକୁ ଆସିଛନ୍ତି କଂଗ୍ରେସ ପ୍ରଭାରୀ ଅଜୟ କୁମାର। କଂଗ୍ରେସରୁ ନିଲମ୍ବିତ ତିନି ନେତା ବିଧାୟକ ମହମ୍ମଦ ମୋକିମ୍, ପୂର୍ବତନ ବିଧାୟକ ଚିରଞ୍ଜୀବ ବିଶ୍ବାଳ, ପୂର୍ବତନ ବିଧାୟକ କୃଷ୍ଣ ସଗରିଆ ଓ ଅଜୟ କୁମାରଙ୍କ ମଧ୍ୟରେ ଗତକାଲି ଦୀର୍ଘ ସମୟ ଧରି ଆଲୋଚନା ହୋଇଥିଲା। ଏଥିସହିତ ତିନି ନେତା ଦଳକୁ ଫେରିବେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଥିଲା।
ଗତବର୍ଷ ଜୁଲାଇ ମାସରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ୍ ଓ ଚିରଞ୍ଜୀବ କଂଗ୍ରେସରୁ ନିଲମ୍ବିତ ହୋଇଥିଲେ। ଏହାକୁ ନେଇ ଦଳରେ କମ୍ପନ ସୃଷ୍ଟି ହୋଇଥିଲା। ଦୁଇ ନେତାଙ୍କ ପରବର୍ତ୍ତୀ ପଦକ୍ଷେପ କ’ଣ ହେବ, ତାହାକୁ ନେଇ ଆଲୋଚନା ହେଉଥିବା ବେଳେ ଦଶହରା ଅବସରରେ ପିସିସି ସଭାପତି ଶରତ ପଟ୍ଟନାୟକ ଓ ବିଧାୟକ ମୋକିମ୍ ଏକାଠି ହେବା ଏହି ଆଲୋଚନାକୁ ନୂଆ ମୋଡ଼ ଦେଇଥିଲା। ପରେ ଦଳର ଶୀର୍ଷ ନେତୃତ୍ବ ଆଗରୁ କହିଥିଲେ ଯେ ପୁରୁଣା ନେତାଙ୍କୁ ଫେରାଇ ଅଣାଯିବ। ଏହି କ୍ରମରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗଙ୍କ ସହ ତାଙ୍କ ପରିବାର ଓ ପୂର୍ବତନ ସାଂସଦ ସଞ୍ଜୟ ଭୋଇ କଂଗ୍ରେସକୁ ଫେରିଛନ୍ତି।