
ପ୍ରଧାନମନ୍ତ୍ରୀ ଆଇଆଇଏମ୍ ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ। ଆଇଆଇଏମ୍ କାର୍ଯ୍ୟକ୍ରମ ସହ କିଛି ଶିଳାନ୍ୟାସ ଓ ଉଦ୍ଘାଟନ କାର୍ଯ୍ୟକ୍ରମ ରହିଛି। ଏହା ସହିତ ସେ ସାଧାରଣ ସଭାରେ ମଧ୍ୟ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।
ପରବର୍ତ୍ତୀ ସମୟରେ ପ୍ରଧାନମନ୍ତ୍ରୀଙ୍କ ଦଳୀୟ କାର୍ଯ୍ୟକ୍ରମ ନେଇ ସବିଶେଷ ତଥ୍ୟ ଦିଆଯିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ।