
ବିଶେଷକରି ଜନଜାତି ସମ୍ପ୍ରଦାୟର ଚାଲି ଚଳଣି, ସେମାନଙ୍କ ଘର ସ୍ମାର୍ଟସିଟି ବାସୀଙ୍କ ମନୋରଞ୍ଜନ କରୁଛି। ଉଦଘାଟନୀ ଅବସରରେ ଆଦିବାସୀ ଉନ୍ନୟନ ମନ୍ତ୍ରୀ ଜଗନ୍ନାଥ ସାରକା ଷ୍ଟଲ୍ ଗୁଡ଼ିକ ବୁଲିବା ସହ ଦାରିଙ୍ଗିବାଡିର ହର୍ବାଲ ଟି’ ପିଇଥିଲେ। କିଛି ବ୍ୟବସାୟୀଙ୍କୁ ଉପହାର ମଧ୍ୟ ଦେଇଛନ୍ତି।
ଚଳିତ ବର୍ଷ ଆଦିବାସୀ ମେଳା ଫେବୃଆରି ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଦିବାସୀ ମାନଙ୍କର ହସ୍ତଶିଳ୍ପ, କଳାକୃତି, କୃଷିଜାତ ସାମଗ୍ରୀ ଏବଂ ସେମାନଙ୍କ ଦ୍ୱାରା ଜଙ୍ଗଲରୁ ସଂଗୃହୀତ ଦ୍ରବ୍ୟ ଗୁଡ଼ିକ ପ୍ରଦର୍ଶିତ କରାଇବା ଓ ସେସବୁର ବିକ୍ରି ନିମନ୍ତେ ଏକ ବଜାର ସୃଷ୍ଟି କରିବା ମେଳାର ମୁଖ୍ୟ ଉଦ୍ଦେଶ୍ୟ।