
ଆଦିବାସୀ କଲ୍ୟାଣ ତଥା ଆଇନ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ତୀର୍ଥଯାତ୍ରୀମାନେ ଯାଉଥିବା ସ୍ୱତନ୍ତ୍ର ଟ୍ରେନକୁ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି କାର୍ଯ୍ୟକ୍ରମରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ରାଜ୍ୟ ଉପଦେଷ୍ଠା ଦୁର୍ଗାପ୍ରସାଦ ସାମନ୍ତରାଏ,ଜିଲ୍ଳା ପରିଷଦ ଅଧ୍ୟକ୍ଷା ସରସ୍ୱତୀ ମାଝି, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ,ପର୍ଯ୍ୟଟନ ବିଭାଗର ଅତିରକ୍ତ ଶାସନ ସଚିବ ବଳାମୁକୁନ୍ଦ ଭୂୟାଁ,ରେଳ ବିଭାଗ ବରିଷ୍ଠ ଅଧିକାରୀ ପ୍ରୀତିରlଣା ପ୍ରମୁଖ ଯୋଗଦାନ କରିଥିଲେ। ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବରିଷ୍ଠ ନାଗରିକମାନଙ୍କ ଏହି ଆଶାକୁ ପୂରଣ କରିବା ଦିଗରେ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରି ବରିଷ୍ଠ ନାଗରିକଙ୍କ ପାଇଁ ଏହି ଯୋଜନାର ଶୁଭାରମ୍ଭ କରିଥିବାରୁ ତାଙ୍କୁ ଧନ୍ୟବାଦ ଜଣାଉଛି ବୋଲି ମନ୍ତ୍ରୀ ଶ୍ରୀ ସାରକା ପ୍ରକାଶ କରିଥିଲେ।
ଚଳିତ ୨୦୨୩-୨୪ଆର୍ଥିକ ବର୍ଷରେ ୨୪ଟି ପର୍ଯ୍ୟାୟରେ ଏହି ତୀର୍ଥଯାତ୍ରା ଆରମ୍ଭ ହୋଇଥିବା ବେଳେ ଏଥି ମଧ୍ୟରେ ରାୟଗଡା ଠାରୁ ବାରଣାସୀ-ଗୟା ତୀର୍ଥସ୍ଥାନ ଭ୍ରମଣର ସ୍ଥିର କରାଯାଇଥିଲା ବୋଲି ଉପଦେଷ୍ଠା ଶ୍ରୀ ସାମନ୍ତରାୟ ପ୍ରକାଶ କରିଛନ୍ତି। ଏଥିରେ ରାୟଗଡା ଜିଲ୍ଳାର ୨୬୫ଜଣ ତୀର୍ଥଯାତ୍ରୀଙ୍କ ସମେତ କୋରାପୁଟର ୧୮୨ଜଣ, ନବରଙ୍ଗପୁରର ୧୩୦ଜଣ, ମାଲକାନଗିରି ୭୯, ନୂଆପଡା ଜିଲ୍ଳାର ୯୪ଲେଖାଁଏ ଏବଂ କଳାହାଣ୍ଡିର ୨୨୦ଜଣ ତୀର୍ଥଯାତ୍ରୀ ତୀର୍ଥଯାତ୍ରା ଭ୍ରମଣରେ ଗସ୍ତ କରିଛନ୍ତି।
ଏହି ତୀର୍ଥଯାତ୍ରା ଭ୍ରମଣ ନିମନ୍ତେ ରାୟଗଡା ଠାରେ ଆୟୋଜିତ ସମସ୍ତ କାର୍ଯ୍ୟକ୍ରମ ଅତିରିକ୍ତ ଜିଲ୍ଳପାଳ ଭାସ୍କସର ରଇତ, ଜଳବିଭାଜିକା ମିସନର ପ୍ରକଳ୍ପ ନିର୍ଦ୍ଦେଶକ, ଡ଼ଃ. ଦୟାନିଧି ବାଗଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଭାରପ୍ରାପ୍ତ ଜିଲ୍ଳା ପର୍ଯ୍ୟଟନ ଅଧିକାରୀ ଭଗବାନ ଖରା ପରିଚାଳନା କରିଥିଲେ। ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ଯୁଗ୍ମ ନିର୍ଦ୍ଦେଶକ ବିଶ୍ୱଜିତ୍ ରାଉତରାୟ, ସହକାରୀ ନିର୍ଦ୍ଦେଶକ ସରୋଜ ଜେନା, ପ୍ରସନ୍ନ ପଟେଲ, ବରିଷ୍ଠ ସହାୟକ ବୁଦ୍ଧ ଦେବ ବୁଦୁଲା ସମେତ ରେଳବାଇ ଆଇଆରସିଟିସି କର୍ତ୍ତୃପକ୍ଷ ଏବଂ ରାୟଗଡା ଜିଲ୍ଳାସ୍ତରୀୟ ଅଧିକାରୀ ଏବଂ ବିଭିନ୍ନ ଅନୁଷ୍ଠାନର କାର୍ଯ୍ୟକର୍ତ୍ତା ପ୍ରମୁଖ ଉପସ୍ଥିତ ରହିଥିଲେ।