Spread the love

ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଏକ ଗୁରୁଚାପ ବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଉକୂଳ ଓଡ଼ିଶାର କେତେକ ଜିଲ୍ଲା ଓ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେହିପରି ଫେବ୍ରୁଆରୀ ୧ ଓ ୨ ତାରିଖରେ କେତେକ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ମଙ୍ଗଳବାର କଳାହାଣ୍ଡି, ବଲାଙ୍ଗିର, ସୋନପୁର,ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଅନୁଗୋଳ, ଢେଙ୍କାନାଳ, ସମ୍ୱଲପୁର, ଝାରସୁଗୁଡ଼ା, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ ଜିଲ୍ଲାରେ କେତେକ ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ବୁଧବାର ସକାଳେ କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ସୋନପୁର, ସମ୍ୱଲପୁର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ କେତେକ ସ୍ଥାନରେ ଘନ କୁଡୁଡି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଗୁରୁଚାପ ବଳୟ ପ୍ରଭାବରେ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ପ୍ରବେଶ କରିବ। ଏହାର ପ୍ରଭାବରେ ଫେବ୍ରୁଆରୀ ୧ ଓ ୨ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଏବଂ ଉତ୍ତର ଓଡ଼ିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୧ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହେବ। ଠିକ୍‌ ସେହିପରି ୨ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ। ରାତିର ତାପମାତ୍ର ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ। ଅର୍ଥାତ ଶୀତ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

 

Leave a Reply

Your email address will not be published. Required fields are marked *