
ରାଜ୍ୟରେ ଘନ କୁହୁଡ଼ି ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଉପକୂଳ ଜିଲ୍ଲା ସମେତ ପାଶ୍ୱବର୍ତ୍ତୀ ଜିଲ୍ଲାଗୁଡିକରେ ଘନ କୁହୁଡି ଦୃଶ୍ୟମାନ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହାକୁ ଦୃଷ୍ଟିରେ ରଖି ୮ ଜିଲ୍ଲାକୁ ଘନ କୁହୁଡି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଅନ୍ୟପଟେ ପଶ୍ଚିମାଝଡ ଓ ଗୁରୁଚାପ ବଳୟର ପ୍ରଭାବରେ ଆସନ୍ତା ୧ ଓ ୨ ତାରିଖରେ ଉତ୍ତର ଓଡିଶାର କେତେକ ଜିଲ୍ଲାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଫେବୃଆରି ୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ସେହିପରି ୨ ତାରିଖରେ ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, ସୁନ୍ଦରଗଡ, କେନ୍ଦୁଝର, ଭଦ୍ରକ, ଯାଜପୁର, ଜିଲ୍ଲାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ଘନକୁହୁଡି ଯୋଗୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି ।