
୨ ବର୍ଷର ବଣ୍ଡ ଅବଧି ପୂରଣ ନକଲେ ଛାତ୍ରଛାତ୍ରୀଙ୍କୁ ମିଳିଥିବା ଷ୍ଟାଇପେଣ୍ଡ କିମ୍ବା ଦରମାର ଦୁଇଗୁଣା ଜରିମାନା ଦେବାକୁ ପଡ଼ିବ। ରାଜ୍ୟରେ ଡାକ୍ତରଙ୍କ ଅଭାବକୁ ଦୃଷ୍ଟିରେ ରଖି ସରକାର ଏପରି କଡ଼ା ନିୟମ ଆଣିଛନ୍ତି । କାରଣ ସରକାରୀ ଅର୍ଥରେ ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଳେଜରେ ପଢୁଥିବା ଛାତ୍ରଛାତ୍ରୀ ପରବର୍ତ୍ତୀ ସମୟରେ ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟ କରୁନାହାଁନ୍ତି । ଭଲ ଅର୍ଥରେ ଅନ୍ୟତ୍ର କାମ କରୁଛନ୍ତି କିମ୍ବା ବାହାର ଦେଶକୁ ଚାଲିଯାଉଛନ୍ତି । ତେଣୁ ସ୍ବାସ୍ଥ୍ଯ ବିଭାଗ ପକ୍ଷରୁ ନିୟମରେ ପରିବର୍ତ୍ତନ କରାଯାଇଛି।
ଓଡ଼ିଶା କ୍ଲିନିକାଲ୍ ଏଷ୍ଟାବ୍ଲିସ୍ମେଣ୍ଟ ଆଇନ ଅନୁଯାୟୀ ପଞ୍ଜିକୃତ ଘରୋଇ ସ୍ବାସ୍ଥ୍ୟନୁଷ୍ଠାନଗୁଡ଼ିକ ମାଜିଷ୍ଟ୍ରେଟ୍ଙ୍କ ନିକଟରେ ସତ୍ୟପାଠ ବିନା ସଂପୃକ୍ତ ଡାକ୍ତରଙ୍କୁ ନିଯୁକ୍ତି ଦେବାକୁ ମନା କରାଯାଇଛି । ଯେଉଁ ଛାତ୍ରଛାତ୍ରୀମାନେ ପାଠ୍ୟକ୍ରମ ଶେଷ ହେବାପୂର୍ବରୁ ପାଠ ଛାଡ଼ିବେ ସେମାନଙ୍କୁ ୧୦ଲକ୍ଷ ଟଙ୍କା କିମ୍ବା ଷ୍ଟାଇପେଣ୍ଡ ବା ଦରମା ଆକାରରେ ମିଳିଥିବା ଅର୍ଥକୁ ଦେବାକୁ ପଡ଼ିବ ।
ଯଦି ଜରିମାନା ଅର୍ଥ ପ୍ରଦାନ ନ କରନ୍ତି, ତାହେଲେ ଓଡ଼ିଶା ପବ୍ଲିକ ଡିମାଣ୍ଡ ରିକଭରି ଆଇନ ଅନୁଯାୟୀ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଡାକ୍ତରଙ୍କ ପ୍ରତି ରାଜ୍ୟ ସରକାରଙ୍କ କଠୋର ମନୋଭାବ ନାହିଁ। ଦୁଇ ବର୍ଷ ବଣ୍ଡ ଆଗରୁ ଥିଲା। ଅନ୍ୟ ରାଜ୍ୟରେ ଏହା ୧୦ ବର୍ଷ ଯାଏ ଅଛି। ତେବେ ଖୁବ ଶୀଘ୍ର ଘରୋଇ ମେଡିକାଲ କଲେଜ ପାଇଁ ମଧ୍ୟ ଏହି ନିୟମ ଲାଗୁ ହେବ ବୋଲି ଡିଏମଇଟି କହିଛନ୍ତି ।