
ସୂଚନାଯୋଗ୍ୟ, ସାରା ବିଶ୍ୱରେ ଓଡ଼ିଆ ଭାଷାର ପ୍ରଚାର-ପ୍ରସାର, ସଂରକ୍ଷଣ ଏବଂ ଓଡ଼ିଆ ଭାଷା ପ୍ରୀତି ଜାଗ୍ରତ କରିବା ଉଦ୍ଦେଶ୍ୟରେ ଏଭଳି ସମ୍ମିଳନୀର ଆୟୋଜନ କରିଛନ୍ତି ରାଜ୍ୟ ସରକାର। ଏଥିରେ ଅନ୍ତର୍ଜାତୀୟସ୍ତରର ଭାଷାବିତ୍, ଲେଖକ, ସାହିତ୍ୟିକ, ବୁଦ୍ଧିଜୀବୀ, ଭାଷା ପ୍ରେମୀ ଯୋଗ ଦେଇଛନ୍ତି। ଦେଶ ବିଦେଶରୁ ୧୦୦ରୁ ଅଧିକ ଭାଷାବିତ୍ ସମ୍ମିଳନୀରେ ସାମିଲ୍ ହୋଇଛନ୍ତି। ଭାଷା ସମ୍ମିଳନୀରେ ଶୋଭା ପାଉଛି ଓଡ଼ିଆ ଭାଷାର ଅସ୍ମିତା। ‘ଅ’ ଠାରୁ ଆରମ୍ଭ କରି ‘ଲ’ ପର୍ଯ୍ୟନ୍ତ ଅକ୍ଷର, ଓଡ଼ିଆ ଭାଷାର ପରିଚୟ ଦେଉଛି। ଅତୀତ, ବର୍ତ୍ତମାନ ଓ ଭବିଷ୍ୟତକୁ ଦର୍ଶାଉଛି। ଓଡ଼ିଆ ଭାଷା ଏବଂ ଲିପିର ଉତ୍ପତି ଓ ବିବର୍ତ୍ତନ, ପ୍ରାଚୀନ ପ୍ରସ୍ତର ଅଭିଲେଖ, ତାମ୍ରଫଳକ, ତାଳପତ୍ର, ପୋଥି, କଳିଙ୍ଗଶୈଳୀର ମନ୍ଦିର ସ୍ଥାପତ୍ୟ, ଓଡ଼ିଶାର ନୌବାଣିଜ୍ୟ ସମ୍ପର୍କିତ କଳାକୃତିଗୁଡିକର ସୁଦୃଶ୍ୟ ଚିତ୍ରପଟ୍ଟ ମାଧ୍ୟମରେ ପ୍ରଦର୍ଶିତ ହୋଇଛି।