
ଦେଶ ଗଠନରେ ତାଙ୍କର ମହାନ୍ ଅବଦାନ ଓ ଆଦର୍ଶ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଡକ୍ଟର ବାବାସାହେବ ଆମ୍ବେଦକର ବସଷ୍ଟାଣ୍ଡରେ ୯୦୦ ବର୍ଗ ଫୁଟର ଏକ ସ୍ଵତନ୍ତ୍ର ଗ୍ୟାଲେରୀ ନିର୍ମାଣ କରାଯିବ। ଡିଜିଟାଲ ଜ୍ଞାନକୌଶଳ ବ୍ୟବହାର ଜରିଆରେ ତାଙ୍କ ଜୀବନୀ ଓ ଆଦର୍ଶକୁ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ। ଭାରତୀୟ ସମ୍ବିଧାନର ଏକ ନକଲ ସହିତ ବାବା ସାହେବଙ୍କ ଦ୍ଵାରା ବ୍ୟବହୃତ ବିଭିନ୍ନ ଜିନିଷ ମଧ୍ୟ ଏଠାରେ ପ୍ରଦର୍ଶିତ ହେବ।
୧୫.୫ ଏକର ପରିମିତ ଜମିରେ ନିର୍ମିତ ଏହି ବସଷ୍ଟାଣ୍ଡ ଦୈନିକ ତିରିଶ ହଜାର ଯାତ୍ରୀଙ୍କ ପରିବହନ ର ମୁଖ୍ୟ ମାଧ୍ୟମ ହେବ। ଏହାକୁ ଦୃଷ୍ଟିରେ ରଖି ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବା ସହ ନିରାପତ୍ତା ପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି।