ଭୁବନେଶ୍ବର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଯେଉଁଥିପାଇଁ ତାତିରେ ଲାଗିବ ବ୍ରେକ୍। ଦିନର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମିବ। ଆଗାମୀ ୨ରୁ ୩ ଦିନ ପର୍ଯ୍ୟନ୍ତ ଏପରି ତାପମାତ୍ରା ରହିବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏପରି ପୂର୍ବନୁମାନ କରାଯାଇଛି।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତାକାଲି ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ,ବୌଦ୍ଧ, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ। ତେବେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା କେତେକରେ ସ୍ଥାନରେ ବିଜ୍ରପାତ ହେବା ନେଇ ସତର୍କ ସୂଚନା ଜାରି କରାଯାଇଛି।
ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାରେ ପାଗ ଶୁଖିଲା ରହିବ। ସନ୍ଦରଗଡ଼, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ କେତେ ସ୍ଥାନରେ ବିଜ୍ରପାତ ହୋଇପାରେ।
ଶନିବାର ସମଗ୍ର ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ସ୍ଥାନରେ ବିଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ରବିବାର ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।
ସେପଟେ ଦେଖିବାକୁ ଗଲେ ଗତ ୨୪ ଭିତରେ ରାଜ୍ୟ ଅନେକ ସ୍ଥାନରେ ବର୍ଷା ରେକର୍ଡ ହୋଇଛି। ବାଲେଶ୍ୱର ଜିଲ୍ଲା ଭୋଗରାଇରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଏଠାରେ ୪୦ ମିଲିମିଟର ବର୍ଷା ହୋଇଛି। ସେହିପରି ମୟୂରଭଞ୍ଜ ଜିଲ୍ଲା ଶୁଳିଆପଦାରେ ୩୬, ଭଦ୍ରକ ଚାନ୍ଦବାଲିରେ ୨୯.୦ ମିଲିମିଟର ବର୍ଷା ରେକର୍ଡ ହୋଇଛି।
Rain water dropping from roof in day time. Raining in motion. Slow motion.