Spread the love

ଭୁବନେଶ୍ଵର: ଆଜି ବିଶ୍ଵ ପ୍ରସିଦ୍ଧ ଘୋଷଯାତ୍ରା । ଏହି ଉପଲକ୍ଷେ ଆଜି ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ। ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜ ଏକ୍ସ ଆକାଉଣ୍ଟରେ ଲେଖିଛନ୍ତି ରଥଯାତ୍ରା ଉପଲକ୍ଷେ ମୁଁ ସମଗ୍ର ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଉଛି। ଲକ୍ଷ ଲକ୍ଷ ଭକ୍ତ ଆଜି ରଥରେ ୩ ଠାକୁରଙ୍କୁ ଦେଖିବା​‌ ଲାଗି ଉତ୍କଣ୍ଠାର ସହ ଅନାଇ ବସିଛନ୍ତି।

ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ  ମହାପ୍ରଭୁଙ୍କ ଆଶୀର୍ବାଦ ଭିକ୍ଷା କରିଛନ୍ତି।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରଥଯାତ୍ରା ଉପଲକ୍ଷେ ସମସ୍ତଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି। ସମସ୍ତଙ୍କ ସହଭାଗିତାରେ ସମୃଦ୍ଧ ଓଡିଶା ଗଠନ ହେଉ, ଏତିକି ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି।

Leave a Reply

Your email address will not be published. Required fields are marked *