Spread the love

ଭୁବନେଶ୍ୱର: ରାସନ କାର୍ଡକୁ ଯାଇ ଆସିଲା ବଡ଼ ଖବର। ଇ-କେୱାଇସି ଯାଞ୍ଚ ପରେ ନୂଆ ରାସନ କାର୍ଡ ମିଳିବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ବୁଧବାର ଗୃହରେ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ଉଚ୍ଚ ଶିକ୍ଷା ମନ୍ତ୍ରୀ କହିଛନ୍ତି, ଆବେଦନ କରିଥିବା ହିତାଧିକାରୀ ନୂଆ ରାସନ କାର୍ଡ ପାଇବେ। ଯେଉଁମାନେ ମାସେ ହେଲା ରାସନ କାର୍ଡ ପାଇଁ ଆବେଦନ କରିଛନ୍ତି, ଇ-କେୱାଇସି ଯାଞ୍ଚ ପରେ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ।

ମାସେ ହେବ ଆବେଦନ କରି ୧୦ ଲକ୍ଷରୁ ଅଧିକ ହିତାଧିକାରୀ ରାସନ କାର୍ଡ ପାଇବା ପାଇଁ ଅପେକ୍ଷା କରିଛନ୍ତି । ସେମାନେ କେବେ ସୁଦ୍ଧା ରାସନ କାର୍ଡ ପାଇବେ ବୋଲି ଖାଉଟି କଲ୍ୟାଣ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ କଟକ ବାରବାଟି ବିଧାୟିକା ସୋଫିଆ ଫିର୍ଦ୍ଦୋଷ। ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ଅନୁପସ୍ଥିତିରେ ଉତ୍ତର ରଖିଥିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ।

ମନ୍ତ୍ରୀ କହିଛନ୍ତି ଇ-କେୱାଇସି ସମ୍ବେଦନଶୀଳ ପ୍ରସଙ୍ଗ, ଅପଡେଟ କରିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ। ରାଜ୍ୟରେ ୧୪ ଲକ୍ଷ ୫୦ ହଜାର ମୃତ ହିତାଧିକାରୀଙ୍କ ନାମରେ ରାସନ କାର୍ଡ ହଡ଼ପ ହେଉଥିଲା। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସେସବୁ ହିତାଧିକାରୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ସ୍ଥାନରେ ନୂତନ ହିତାଧିକାରୀଙ୍କୁ ସାମିଲ କରାଯିବ ବୋଲି ଯୋଗାଣ ବିଭାଗର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଥିଲେ। ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନଏଫଏସଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ନୂଆ ରାସନ କାର୍ଡ ପାଇବା ପାଇଁ ପାୟ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ହିତାଧିକାରୀ ଆବେଦନ କରିଥିଲେ।

Leave a Reply

Your email address will not be published. Required fields are marked *