Spread the love

ଭୁବନେଶ୍ବର : ଓଲିଉଡ୍ ଷ୍ଟାରଙ୍କୁ ରହିଛି ନକ୍ସଲ ଭୟ। ଜଣେ ଓଲିଉଡ୍ ହିରୋଙ୍କୁ ନକ୍ସଲ ଅପହରଣ କରିବାକୁ ଯୋଜନା କରୁଥିବା ଆଶଙ୍କା ପ୍ରକାଶ କରିଛି ଓଡ଼ିଶା ପୁଲିସର ଗୁଇନ୍ଦା ବିଭାଗ। ଏନେଇ ଜିଲ୍ଲା ପୁଲିସକୁ ସତର୍କ କରାଇଛି ଗୁଇନ୍ଦା ବିଭାଗ।। ସୁରକ୍ଷା ଦୃଷ୍ଟିରୁ ଆଲର୍ଟ ରହିବା ସହ ଆବଶ୍ୟକ ପଦକ୍ଷେପ ନେବା ଲାଗି ଜିଲ୍ଲା ପୁଲିସକୁ ସତର୍କ କରାଯାଇଛି।
ଗୁଇନ୍ଦା ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ବଲାଙ୍ଗିର ଜିଲ୍ଲା ଖପ୍ରାଖୋଲ ବ୍ଲକ ଅନ୍ତର୍ଗତ ହରିଶଙ୍କର ଅଞ୍ଚଳରେ ଏକ ଓଡ଼ିଆ ଫିଲ୍ମର ସୁଟିଂ ଚାଲିଛି। ଦୁର୍ଗମ ଗାଁ ଗୁଡିକରେ ଏହି ଓଡ଼ିଆ ଫିଲ୍ମର ସୁଟିଂ ଚାଲିଥିବା ବେଳେ କଳାକାର ଓ ଅନ୍ୟମାନେ ନିକଟରେ ରହୁଛନ୍ତି। ନାମୀଦାମୀ ପ୍ରଯୋଜକ ଓ ଜଣାଶୁଣା ଓଲିଉଡ ଷ୍ଟାର ସେଠାରେ ରହୁଛନ୍ତି। ନକ୍ସଲମାନେ ଏହି ଫିଲ୍ମର ଷ୍ଟାର କଳାକାରଙ୍କୁ ଅପହରଣ କରିବାକୁ ଯୋଜନା କରୁଥିବା ଆଶଙ୍କା କରାଯାଇଛି।
ନିଜର ଏଜେଣ୍ଡାକୁ କାର୍ଯ୍ୟକାରୀ କରିବା ସହ ଆତଙ୍କ ସୃଷ୍ଟି କରିବା ଲକ୍ଷ୍ୟରେ ନକ୍ସଲମାନେ ଏଭଳି ବଡ ଯୋଜନା କରୁଥିବା ଜାଣିବାକୁ ପାଇଛି ଗୁଇନ୍ଦା ବିଭାଗ। ଏଣୁ ସୁରକ୍ଷା ଦୃଷ୍ଟିରୁ ଆଲର୍ଟ ରହିବା ସହ ଆବଶ୍ୟକ ପଦକ୍ଷେପ ନେବା ଲାଗି ଜିଲ୍ଲା ପୁଲିସକୁ ସତର୍କ କରାଯାଇଛି। ତେବେ ଏ ନେଇ ପୁଲିସ କିମ୍ବା ସମ୍ପୃକ୍ତ ଓଡ଼ିଆ ଫିଲ୍ମ ଟିମ୍‌ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ଉଲ୍ଲେଖଯୋଗ୍ୟ, ଖପ୍ରାଖୋଲ ବ୍ଲକ ନକ୍ସଲ ପ୍ରଭାବିତ ଅଞ୍ଚଳ ଭାବେ ଜଣାଶୁଣା। ଗତ କିଛି ବର୍ଷ ହେଲା ଏଠାରେ ନକ୍ସଲମାନେ ସକ୍ରିୟ ଅଛନ୍ତି।

Leave a Reply

Your email address will not be published. Required fields are marked *