Spread the love

ଚେନ୍ନାଇ : ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳ ମୁହାଁ ଗଭୀର ଅବପାତ। ଆଜି ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି । ବାତ୍ୟାରେ ପରିଣତ ହେବା ପରେ ସାଇକ୍ଲୋନ୍ ଫେଙ୍ଗଲ ଆସନ୍ତା ୩୦ ତାରିଖ ସକାଳୁ କାକାଇକାଲ ଓ ମହାବଳୀପୁରମ ମଝିରେ ଉପକୂଳ ଅତିକ୍ରମ କରିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଏହାର ପ୍ରଭାବରେ ତାମିଲନାଡ଼ୁ ଓ ପୁଡ଼ୁଚେରୀ ଉପକୂଳରେ ପ୍ରବଳ ବର୍ଷା ହେବା ସହ ପବନ ବହିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି। ଏଥିସହ ବାତ୍ୟାକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ରେଡ୍‌ ଆଲର୍ଟ ଜାରି କରାଯାଇଛି। ସତର୍କତା ଦୃଷ୍ଟିରୁ ଆଜି ପୁଡୁଚେରୀରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି। ବିମାନ ଉଡାଣ ମଧ୍ୟ ପ୍ରଭାବିତ ହୋଇଛି।
ସେପଟେ ସମ୍ଭାବ୍ୟ ବାତ୍ୟା ପ୍ରଭାବ ଯୋଗୁ ଦକ୍ଷିଣ ଭାରତ ସେମେତ ଅନେକ ରାଜ୍ୟରେ ପ୍ରବଳ ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବାତ୍ୟା ଯୋଗୁ ତାମିଲନାଡୁର ସମୁଦ୍ର କୂଳରେ ବଡ଼ ଲହର ଉଠୁଛି। ତାମିଲନାଡୁର କୁଡାଲୋର, କରାଇକାଲ, ଆଥିରାମପାଟ୍ଟିନମ୍, ପାରଙ୍ଗିପେଟ୍ଟାଇ, ମୀନାମ୍ବକମ୍ ସମେତ ତାମିଲନାଡୁର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି।
ସ୍କାଏମେଟ ପାଣିପାଗ ଅନୁଯାୟୀ, ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲୋପ୍ରେସର୍‌ ଯୋଗୁ ଶ୍ରୀଲଙ୍କାର ଅନେକ ସ୍ଥାନରେ ବର୍ଷା ହୋଇଛି। ଜାଫ୍ନା ଏବଂ ମୁଲାଇତିଭୁରେ ପ୍ରବଳ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ତାମିଲନାଡୁରେ ମଧ୍ୟ ବର୍ଷା ଦେଖାଯାଉଛି। ତେବେ ଓଡ଼ିଶାରେ ବାତ୍ୟାର କୌଣସି ପ୍ରଭାବ ଦେଖିବାକୁ ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Leave a Reply

Your email address will not be published. Required fields are marked *