Spread the love

ଦୁର୍ନୀତି ବିରୋଧରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବାର ୫ ମାସ ମଧ୍ୟରେ ୯୦ ଜଣ ସରକାରୀ ଅଧିକାରୀଙ୍କ ବିରୋଧରେ ଭିଜିଲାନ୍ସ ମାମଲା ରୁଜୁ ହୋଇଛି।

ବିଜେଡି ବିଧାୟକ ପ୍ରତାପ ଦେବଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଗୃହରେ ଏହି ଲିଖିତ ଉତ୍ତର ରଖିଛନ୍ତି।

୨୦୨୪ ଜୁନ୍ ମାସରୁ ଅକ୍ଟୋବର ମାସ ମଧ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାର ଦୁର୍ନୀତିଖୋରଙ୍କ ବିରୋଧରେ ଏଭଳି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ମୁଖ୍ୟମନ୍ତ୍ରୀ ଗୃହରେ କହିଛନ୍ତି।

ରୁଜୁ ହୋଇଥିବା ମାମଲା ମଧ୍ୟରେ ରାଜସ୍ୱ ବିଭାଗରେ ସର୍ବାଧିକ ୨୦ ଅଧିକାରୀ ଅଛନ୍ତି। ସେହିପରି ପଞ୍ଚାୟତିରାଜ ବିଭାଗର ୧୮ ଜଣ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ ହୋଇଛି ।

Leave a Reply

Your email address will not be published. Required fields are marked *