Spread the love

ଭବାନୀପାଟଣା: ଧର୍ମଗଡ଼ ଉପଜିଲ୍ଲାପାଳ ଥିବା ଆଇଏଏସ୍‌ ଧୀମନ ଚକମାଙ୍କ ଜାମିନ ଆବେଦନ ଖାରଜ ହେବା ପରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ତେବେ ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ପରେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ ଗିରଫ ହୋଇ ଜେଲରେ ଅଛନ୍ତି ଚକମା। କ୍ରସର ମାଲିକଙ୍କଠାରୁ ଲାଞ୍ଚ ନେଲା ବେଳେ ଧରିଥିଲା ଭିଜିଲାନ୍ସ ।

ସୂଚନା ଥାଉକି ଭିଜିଲାନ୍ସ ତାଙ୍କ ଘରୁ ନଗଦ ୪୭ ଲକ୍ଷ ୪୭ ହଜାର ୬ ଶହ ଟଙ୍କା ଜବତ କରିଥିଲା। ପରେ ଉପଜିଲ୍ଲାପାଳ ଚକମାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରି ୯ ତାରିଖରେ କୋର୍ଟ ଚାଲାଣ କରିଥିଲା। ସେଠାରେ ତାଙ୍କର ଜାମିନ ନା ମଞ୍ଜୁର ହେବାରୁ ଭବାନୀପାଟଣା ସ୍ଥିତ ଜିଲ୍ଲା କାରାଗାରକୁ ଯିବାକୁ ପଡିଥିଲା। ଗିରଫ ହୋଇ ଜେଲ୍‌ ଯିବା ପରେ ଚକମା ସସ୍‌ପେଣ୍ଡ ହୋଇଥିଲେ ।

ପୂର୍ବରୁ ଆଇଏଏସ ଧିମନ ଚକମାଙ୍କ ପକ୍ଷରୁ କଳାହାଣ୍ଡି ଭିଜିଲାନ୍ସ କୋର୍ଟରେ ଜାମିନ ପାଇଁ ଦରଖାସ୍ତ କରାଯାଇଥିଲା । ହେଲେ ବିଭିନ୍ନ ଦିଗକୁ ଦେଖି ଜାମିନକୁ ଖାରଜ କରିଛନ୍ତି ସ୍ବନ୍ତ୍ର ଭି

Leave a Reply

Your email address will not be published. Required fields are marked *