Spread the love

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ପକ୍ଷରୁ ଖୁବ୍‌ଶୀଘ୍ର ମାଗଣା ‘୧୦୯’ ଶବବାହନ ସେବା ଆରମ୍ଭ କରାଯିବ। ଏନେଇ ସ୍ବାସ୍ଥ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ପ୍ରାଥମିକ ପର୍ଯ୍ୟାୟରେ ବୈଠକ ଅନୁଷ୍ଠିତ ହୋଇଥିବାବେଳେ ଜୁଲାଇ ୨ରେ ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ଏହାର ଚୂଡ଼ାନ୍ତ ରୂପରେଖ ସମ୍ପର୍କରେ ନିଷ୍ପତ୍ତି ନିଆଯିବ।
ଏ ସଂକ୍ରାନ୍ତରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସ୍ବତନ୍ତ୍ର ସଚିବ ସ୍ମିତା ବିଶ୍ୱାଳ ଚଳିତ ମାସ ୨୪ରେ ଗୃହ ଓ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟଶାସନ ସଚିବ ଓ ଅର୍ଥ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ଶାସନ ସଚିବଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି। ସେ ପତ୍ରରେ ଦର୍ଶାଇଛନ୍ତି ଯେ, ବିଭାଗ ପକ୍ଷରୁ ମାଗଣା ଶବବାହନ ସେବା ଲାଗି ଏକ ଚିଠା ମାର୍ଗଦର୍ଶିକା ପ୍ରସ୍ତୁତ ହେବାକୁ ଯାଉଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ ବିଭାଗର ସମନ୍ବୟରେ ଏହାର ନୀତି ନିର୍ଦ୍ଧାରଣ କରାଯିବ। ସେଥିଲାଗି ବୈଠକରେ ଉପସ୍ଥିତ ରହିବାକୁ ସେ ପତ୍ରରେ ଅନୁରୋଧ କରିଛନ୍ତି।

Leave a Reply

Your email address will not be published. Required fields are marked *