Spread the love

ଭୁବନେଶ୍ବର: ରାଜ୍ୟରେ ସରକାରୀ ସ୍କୁଲଗୁଡ଼ିକରେ ପିଲାମାନଙ୍କ ପାଇଁ ଅଣ୍ଡା ଯୋଗାଇ ଦେଉଛନ୍ତି ସରକାର। ହେଲେ ଅନେକ ପିଲା ଅଣ୍ଡା ଖାଉ ନ ଥିବା ନଜର ଆସୁଛି। ତେଣୁ ସରକାର ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଯୋଗାଇଦେବାକୁ ନିଷ୍ପତ୍ତି ନେଇଛନ୍ତି।
ନିଷ୍ପତ୍ତି ଅନୁସାରେ, ଯେଉଁଦିନ ଛାତ୍ରଛାତ୍ରୀମାନେ ଅଣ୍ଡା ଖାଇବେ ନାହିଁ ସେଦିନ ସେମାନଙ୍କୁ ଫଳ ଦିଆଯିବ। ଶିଶୁ ବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନଙ୍କ କ୍ଷେତ୍ରରେ ଏହା ଲାଗୁ ହେବ। ଏ ନେଇ ପିଏମ ପୋଷଣ ରାଜ୍ୟ ନୋଡାଲ ଅଧିକାରୀ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ମାନଙ୍କୁ ଚିଠି ଲେଖି ନିର୍ଦେଶ ଜାରି କରିଛନ୍ତି।

Leave a Reply

Your email address will not be published. Required fields are marked *